୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ, ୮ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ । ୮ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ୮ ଜିଲ୍ଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଂଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗିର, ଗଜପତିକୁ ଅରେଞ୍ଜ ଆଲର୍ଟ । ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Thunderstorm and rain warning

ରାତି ପ୍ରାୟ ୮ଟା ସୁଦ୍ଧା ଏହା ପୁରୀଠାରୁ ୧୫୦ କିମି ଦୂର ଉତ୍ତର-ଉତ୍ତରପଶ୍ଚିମ ଦିଗରେ ରହିଥିବା ବେଳେ ଗୋପାଳପୁରଠାରୁ ୧୮୦ କିମି ପୂର୍ବ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି।

ପାରାଦୀପଠାରୁ ଦକ୍ଷିଣକୁ ୧୯୦ କିମି, ଚାନ୍ଦବାଲିଠାରୁ ୨୫୦ କିମି, ଆନ୍ଧ୍ରପ୍ରଦେଶର କଳିଙ୍ଗପାଟଣମ୍ଠାରୁ ୨୪୦ କିମି ଓ ପଶ୍ଚିମବଙ୍ଗର ଦୀଘାଠାରୁ ୩୫୦ କିମି ଦୂରରେ ରହିଛି। ଆସନ୍ତା ୧୨ ଘଣ୍ଟା ଅର୍ଥାତ୍ ସୋମବାର ସକାଳ ସୁଦ୍ଧା ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହୋଇପାରେ। ଆସନ୍ତା ଦୁଇ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଓ ଛତିଶଗଡ଼ ଉପରେ ରହିବ।

ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ। ସୋମବାର ସକାଳ ସୁଦ୍ଧା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ ଅତିରୁ ଅତିପ୍ରବଳ(୨୦୦ ମିଲିମିଟରରୁ ଅଧିକ) ବର୍ଷା ହୋଇପାରେ। ତାହାକୁ ନଜରରେ ରଖି ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ(୧୨୦ରୁ ୨୦୦ ମିମି)ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ୧୦ ତାରିଖ ପୂର୍ବାହ୍ନଠାରୁ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ କମିବ। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅବପାତ ପ୍ରଭାବରେ ଏବେ ସମୁଦ୍ର ଭିତରେ ଘଣ୍ଟାପ୍ରତି ୪୫ରୁ ୬୫ କିମି ବେଗରେ ପବନ ହେଉଛି। ସ୍ଥଳ ବିଶେଷରେ ପବନର ବେଗ ୬୫ କିମି ଛୁଇଁଛି। ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଉପକୂଳ ନିକଟରେ ଗତି କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିମି ଏବଂ ସ୍ଥଳ ବିଶେଷରେ ୭୦ କିମି ଛୁଇଁପାରେ। ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ପବନର ବେଗ ଘଣ୍ଟା ପ୍ରତି ୫୫ରୁ ୬୫ କିମି ରହିବାକୁ ଥିବା ବେଳେ ୧୦ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପବନର ବେଗ ୫୦ରୁ ୬୦ କିମି ରହିବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୋପାଳପୁର ଓ ପୁରୀ ବନ୍ଦରରେ ୩ ନମ୍ବର ଏବଂ ପାରାଦୀପ ଓ ଧମରା ବନ୍ଦରରେ ଏକ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ୧୧ ତାରିଖ ପର୍ଯ୍ୟନ୍ତ ଉତ୍ତରପଶ୍ଚିମ ଓ ସଂଲଗ୍ନ ଉତ୍ତରପୂର୍ବ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ବରଗଡ଼, ବୌଦ୍ଧ, ଗଞ୍ଜାମ, ଜଗତ୍ସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼, ପୁରୀ ଓ ରାୟଗଡ଼ା ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+