୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା
ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟର ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।

ସେପଟେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଗତକାଲିର ସୂଚନା ଥିଲା କି, ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।
ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
-
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା -
ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା -
ଦାଦନ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ -
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି? -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ -
ନୀତି ବିଭ୍ରାଟ, ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍












Click it and Unblock the Notifications