ଆଜି ଓ କାଲି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୬ ପୁଣି ବଢିବ ତାତି

ତାତିରେ ଲାଗିଛି ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ପ୍ରଭାବରେ ହ୍ରାସ ପାଇଛି ତାପମାତ୍ରା । ଦୁଇ ଦିନ ଯାଏ ଗରମରୁ ତ୍ରାହି ମିଳିବ । ଆଜି ୨୧ ଜିଲ୍ଲାରେ ହାଲୁକା ଓ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

RAIN

ଅନ୍ୟପଟେ ୬ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢିବ। ୭ ତାରିଖ ବେଳକୁ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଲିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁଯାୟୀ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଥିବାରୁ ଉପକୂଳ ଓଡ଼ିଶାର ତାପମାତ୍ରା ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବୃଦ୍ଧି ହେବ ନାହିଁ । ଉତ୍ତର ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବ। ୫ ତାରିଖଠାରୁ ସପ୍ତାହକ ଯାଏ ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର‌ର ତାପମାତ୍ରା ୪୦ ଡିଗ୍ରି ଉପରେ ଏବଂ ମଝିରେ ମଝିରେ ୪୨ ଡିଗ୍ରି ଡେଇଁଯିବ। ଏପ୍ରିଲ ମାସରେ ତାପମାତ୍ରା ସ୍ବାଭାବିକ ରହିବ। ଗ୍ରୀଷ୍ମପ୍ରବାହ ଅବଧି କମ୍‌ ରହିବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+