କୁଳଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା କୁଳଡିହା ଅଭୟାରଣ୍ୟରେ ଆରମ୍ଭ ହେଲା ବାଘ ଗଣନା । କୁଳଡିହା ସମେତ ସମସ୍ତ ଫରେଷ୍ଟ ଡିଭିଜନରେ ଚାଲିଛି ବାଘ ଗଣନା । ୫ ଦିନ ଧରି ବାଘ ଏବଂ ଅନ୍ୟାନ୍ୟ ପ୍ରାଣୀଙ୍କ ଗଣନା କରାଯିବା ନେଇ ସୂଚନା ରହିଛି । କୁଳଡିହାର ୧୪ଟି ବିଟରେ ୪୨ ବନ କର୍ମଚାରୀ ନିୟୋଜିତ ରହିବେ ।

ସୂଚନାଥାଉ ଯେ, କୁଲଡିହାରେ ବାଘ ଗଣନା କାର୍ଯ୍ୟକ୍ରମ ଆଜଠୁ ୩୦ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ୫ ଦିନ ଧରି ଜାରି ରହିବ । ସେହିପରି ନୀଳଗିରି ରେଞ୍ଜ୍, ସୋର, ଜଳେଶ୍ୱର ଏବଂ ଚାନ୍ଦିପୁର ରେଞ୍ଜରେ ମଧ୍ୟ ବନ୍ୟା ଜୀବଜନ୍ତୁଙ୍କ ଗତିବିଧି ଏବଂ ଉପସ୍ଥିତି ଉପରେ ନଜର ରଖାଯିବ । ଯେଉଁଥି ପାଇଁ ୫୨ଟି ବିଟରେ ୨୫୦ ଅଧିକ ବନ କର୍ମଚାରୀ ନିୟୋଜିତ ଅଛନ୍ତି ।
ସେହିପରି ଶିମିଳିପାଳରେ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହୋଇଛି ବାଘ ଗଣନା । ମାସ ଶେଷ ପର୍ଯ୍ୟନ୍ତ ଅର୍ଥାତ୍ ୩୧ ତାରିଖ ପର୍ଯ୍ୟନ୍ତ ବାଘ ଗଣନା ଚାଲିବ । ପ୍ରତିଦିନ ସକାଳ ୯ ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଘ ଗଣନା ହେବ । ବାଘ ସମେତ ବିଭିନ୍ନ ପ୍ରଜାତିର ବନ୍ୟପ୍ରାଣୀ ଓ ପକ୍ଷୀଙ୍କର ହେବ ଗଣନ। । ଏଥିପାଇଁ ୪୫୦ରୁ ଅଧିକ ଟ୍ରାପ କ୍ୟାମେରା ଲାଗିଛି । ବିସ୍ତୁତ ଅଞ୍ଚଳ ହୋଇଥିବାରୁ ୩ଟି ପର୍ଯ୍ୟାୟରେ ଟ୍ରାପ କରାଯିବ ।
ଶିମିଳିପାଳ ଉତ୍ତର ଓ ଦକ୍ଷିଣ ସମେତ ବାରିପଦା, ରାଇରଙ୍ଗପୁର ଏବଂ କରଞ୍ଜିଆ ସବଡିଭିଜନର ସାତକୋଶିଆ, ବିଶୋଇ ଓ କପ୍ତିପଦା ଆଦି ଅଂଚଳରେ ମଧ୍ୟ ବାଘ ଗଣନା କରାଯିବ । ବାଘଙ୍କ ପାଦ, ରଙ୍ଗ, ଗଛରେ ରାମ୍ପୁଡା ଦାଗରୁ ଡିଏନଏ ନମୁନା ସଂଗ୍ରହ କରାଯିବ । ଜାନୁଆରୀ ୩୧ ସୁଦ୍ଧା ଏ ସମ୍ପର୍କରେ ପୂର୍ଣ୍ଣାଙ୍ଗ ରିପୋର୍ଟ କେନ୍ଦ୍ରକୁ ଦିଆଯିବ ।
ଶିମିଳିପାଳରେ ମୋଟ୍ ୨୦୦ ବିଟ୍ ରହିଛି । ଆଉ ପ୍ରତି ବିଟରେ ୨-୩ କର୍ମଚାରୀ ଏହି ଗଣନା କାମରେ ନିୟୋଜିତ ହେବେ । କେବଳ ବାଘ ଗଣତିରେ ୭୦୦ ରୁ ୮୦୦ ବନ କର୍ମଚାରୀ ନିୟୋଜିତ ରହିବେ । କେବଳ ବାଘ ଗଣତି ୨୫ ରୁ ୪୦ ଦିନ ଚାଲିବ । ୨୦୨୧ରୁ ଏଯାବତ ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ପାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications