ନୂଆପଡ଼ାରେ ବାଘ ଆତଙ୍କ
ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟରେ ବାଘ ଆତଙ୍କ । ଜିଲ୍ଲା ଉଦ୍ୟାନ ବିଭାଗର କର୍ମଚାରୀ ସୁନାବେଡାର ଏକ ତାଲିମ ଶିବିରକୁ ଯାଇ ଫେରୁଥିବାବେଳେ ସେମାନଙ୍କ କ୍ୟାମେରାରେ ବାଘଟି କଏଦ୍ ହୋଇଛି ।

ନୂଆପଡା ଜିଲ୍ଲା ସୁନାବେଡା ଅଭୟା ରଣ୍ୟର ଗଡ଼ଗଡା ଘାଟିରେ ଏହି କଲରାପତରିଆ ବାଘ ବୁଲୁଥିବା ବେଳେ କିଛି ଯୁବକ ମୋବାଇଲ କ୍ୟାମେରାରେ ବାଘ ବୁଲୁଥିବାର ଦୃଶ୍ୟକୁ କଏଦ କରିଛନ୍ତି । ବାଘ ଦେଖିବା ପରେ ସୁନାବେଡାକୁ ଯାତାୟତ କରୁଥିବା ଲୋକେ ଆତଙ୍କିତ ହୋଇ ପଡିଛନ୍ତି । ଏହି ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହା ଏକ ଛୁଆ ବାଘ ହୋଇଥିବାରୁ ସେଠାରେ ବାଘୁଣୀ ରହିଥିବାର ମଧ୍ୟ ଅନୁମାନ କରାଯାଉଛି । ଏଵେ ସୁନାବେଡାକୁ ଯାତାୟତ କରୁଥିବା ଲୋକେ ବାଘ ଭୟରେ ଆତଙ୍କିତ ହୋଇପଡିଛନ୍ତି ।ବାଘଟି ଗାଡି ସାମ୍ନାକୁ ଆସିବା ସହ କିଛି ସମୟ ପରେ ଜଙ୍ଗଲକୁ ଚାଲିଯାଇଥିଲା। ଏହା ଏକ କଲରାପତରିଆ ବାଘ ବୋଲି ସୁନାବେଡା ଅଭୟାରଣ୍ୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗଜପତି ଜିଲ୍ଲାରେ ମଧ୍ୟ ବାଘ ବୁଲୁଥିବା ଦେଖାଯାଇଥିଲା । ମୋହନା ବ୍ଲକ ମଳାସପଦର ପଞ୍ଚାୟତରେ ବାଘକୁ ନେଇ ଲୋକେ ଭୟଭୀତ ଥିଲେ । ଡିମ୍ବିରିପଙ୍କଳ ଗାଁ ନିକଟରେ କିଛି ଲୋକ ବାଘକୁ ଦେଖିଥିବା ସୂଚନା ମିଳିଥିଲା । ଗାଁର ଆସେଲି ଗମାଙ୍ଗଙ୍କ ପତ୍ନୀ ମକା ଫସଲ ଜଗିଥିବା ବେଳେ ରାତିରେ ବାଘ ମଞ୍ଚାତଳେ ଶୋଇଥିବା ଦେଖିବାକୁ ପାଇଥିଲେ । ଜୋରରେ ପାଟି କରିବାରୁ ବାଘ ସେଠାରୁ ପଳାଇଯାଇଥିଲା ।ଏନେଇ ବନ ବିଭାଗକୁ ଖବର ଦିଆଯିବା ପରେ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ତେବେ ଏହା ମଧ୍ୟ ଏକ କଲରାପତରିଆ ବାଘ ବୋଲି ଅନୁମାନ କରାଯାଉଛି।
-
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି? -
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା -
ନୀତି ବିଭ୍ରାଟ, ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ












Click it and Unblock the Notifications