ଧରା ଦେଉନି ବାଘୁଣୀ ଜିନ୍ନତ; ଓଡ଼ିଶା ଫେରାଇ ଆଣିବାକୁ ଚାଲିଛି କସରତ

ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ଚାଲିଛି କସରତ। ହେଲେ ସଫଳ ହେଉନାହିଁ ବନ ବିଭା । ଜିନ୍ନତକୁ ୩-୪ ଥର ଟ୍ରାଙ୍କୁଲାଇଜ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ବିଫଳ ହୋଇଛି ବନ ବିଭାଗ । ଘଞ୍ଚ ଜଙ୍ଗଲ ଭିତରେ ରହୁଥିବାରୁ ସମ୍ଭବ ହେଉନି ଟ୍ରାଙ୍କୁଲାଇଜ୍। ସ୍ପଷ୍ଟ ଚିତ୍ର ମିଳି ପାରୁ ନ ଥିବାରୁ ଇଞ୍ଜେକସନ୍ ଠିକ୍ ଜାଗାରେ ଲାଗୁ ନାହିଁ।

ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି । ଯଦିଓ ଏବେ ଟ୍ରାଙ୍କୁଲାଇଜ ପାଇଁ ହାତୀର ସହାୟତା ନିଆଯାଇନି, ଆବଶ୍ୟକ ପଡ଼ିଲେ ସେ ବିକଳ୍ପ ବି ଆପଣାଯିବ । ଖୁବଶୀଘ୍ର ଶିମିଳିପାଳ ଅଭୟାରଣ୍ୟ ଫେରାଇ ଆଣିବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ।

ବାଘୁଣୀ ଜିନ୍ନତକୁ ଟ୍ରାକ କରିବା ପାଇଁ ଲାଗିଛନ୍ତି ଦୁଇ ରାଜ୍ୟର ୩ଟି ଟିମ୍ । ଓଡ଼ିଶାର ଗୋଟିଏ ଟିମ, ସୁନ୍ଦରବନ ଟିମ ସମେତ ପଶ୍ଚିମବଙ୍ଗର ଦୁଇଟି ଟିମ ଜିନ୍ନତ୍‌କୁ ଟ୍ରାକ୍ କରିବାରେ ଲାଗିଛନ୍ତି ।

Tigress Zeenat

ସେହିପରି ପଶ୍ଚିମବଙ୍ଗର ବନ ଅଧିକାରୀ କହିଛନ୍ତି, ଜିନ୍ନତ୍ ପୁରୁଲିଆ ବନ୍ଦୱାନ ଜଙ୍ଗଲର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ବୁଲୁଛି। ସେଠାରୁ ତାକୁ ଓଡ଼ିଶା ଫେରାଇ ଆଣିବାକୁ ସବୁ ରଣନୀତି ଆପଣାଯାଉଛି।

ଜିନ୍ନତକୁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣା ଯାଇଥିଲା। ପ୍ରଥମେ ତାଙ୍କୁ ଶିମିଳିପାଳରେ ଏନକ୍ଲୋଜରରେ ରଖାଯାଇଥିଲା।ପରେ ତାକୁ ଶିମିଳିପାଳର କୋର ଏରିଆ ଭିତରେ ଛାଡ଼ି ଦିଆଯାଇଥିଲା। ତେବେ ଗତ ୧୦ ତାରିଖରେ ଜିନ୍ନତ ଶିମିଳିପାଳ ଛାଡ଼ ଝାଡ଼ଖଣ୍ଡ ପଳାଇଥିଲା। ଜିନ୍ନତ ଝାଡ଼ଖଣ୍ଡର ଜାମସେଦପୁର ରେଞ୍ଜର ଚାକୁଳିଆ ଅଞ୍ଚଳରେ ଥିଲା। ୧୯ ତାରିଖ ରାତିରେ ସେ ସେଠାରୁ ପଶ୍ଚିମବଙ୍ଗର ବେଲପାହାଡ଼ି ଜଙ୍ଗଲକୁ ପଳାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+