ରାସନ ସାମଗ୍ରୀ ବଣ୍ଟନ ପାଇଁ ସମୟ ନିର୍ଘଣ୍ଟ,ସକାଳ ୭ରୁ ୧୦, ସଂଧ୍ୟା ୫ରୁ ୮ଟା ଯାଏଁ ବଣ୍ଟନ ହେବ ରାସନ

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ ଘଟିକାରୁ ୧୦ ଘଟିକା ଏବଂ ସନ୍ଧ୍ୟା ପାଞ୍ଚ ଘଟିକାରୁ ଆଠ ଘଟିକା ମଧ୍ୟରେ ବଣ୍ଟନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଏ ସଂକ୍ରାନ୍ତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀ ମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଛି ।

ration card

ସେହିଭଳି ଚାଉଳ ଉଠାଣ ଓ ବିତରଣ କେନ୍ଦ୍ର ଗୁଡିକରେ ନିୟୋଜିତ ଶ୍ରମିକମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରିବାକୁ କୁହାଯାଇଛି । ହିତାଧିକାରୀ ଏବଂ ନିୟୋଜିତ ଶ୍ରମିକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଏବଂ ଚାଉଳ ବିତରଣ କେନ୍ଦ୍ର ଗୁଡିକରେ ଆବଶ୍ୟକୀୟ ସୂଚନା ପତ୍ର ବଣ୍ଟନ ଓ ପୋଷ୍ଟର ଲଗାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏତଦବ୍ୟତୀତ ପ୍ରସ୍ତୁତି ପୂର୍ବକ ସଜାଗ ରହି କାର୍ଯ୍ୟ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+