ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ ଲାଗି ନୀତି; ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ। ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁ ଘୋଡ଼ ଲାଗି ବା ଶୀତବସ୍ତ୍ର ପରିଧାନ କରିଥାନ୍ତି।

ମହାପ୍ରଭୁଙ୍କ ସକାଳଧୂପ ସହ ମଇଲମ ବଢ଼ିବା ପରେ ପାଗ ଓ ଘୋଡଲାଗି ସହ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥାଏ। ତେବେ ଦରଜୀ ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୂତା ପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିଥାନ୍ତି ମହାପ୍ରଭୁ। ଏହି ଘୋଡ଼ଲାଗି ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ଭିନ୍ନ ଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିଥାନ୍ତି ମହାପ୍ରଭୁ। ତେବେ ମା ବିମଳା, ଲକ୍ଷ୍ମୀ, ସରସ୍ୱତୀ ଓ ମଦନମୋହନଙ୍କ ପାଇଁ ପ୍ରସ୍ତୁତ ଘୋଡ଼ ଅଧିବାସ ହୋଇଥାଏ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ।
ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି।












Click it and Unblock the Notifications