ଆଜି ପବିତ୍ର ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ, ଆରମ୍ଭ ହେବ ରଥକାମ
ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ ।
ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ ।

କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଆଜିର ଦିବ୍ୟ ମୁହୁର୍ତ୍ତରେ ଯେ କୌଣସି କାମ କଲେ ତାହା ନିଶ୍ଚିତ ଶୁଭଫଳ ଦେଇଥାଏ ବୋଲି ବିଶ୍ୱାସ ରହିଛି । ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ । ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ ।
ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କୁହାଯାଏ ।
ଅନୁକୂଳ ହେବ ରଥକାଠ
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ କାର୍ଯ୍ୟର ଆଜି ଅନୁକୂଳ ହେବ । ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପାରମ୍ପରିକ ରୀତିନୀତିରେ ଯଜ୍ଞ ଓ ପୂଜାର୍ଚ୍ଚନା କରାଯିବ । ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନିରେ ବିଶ୍ୱକର୍ମାମାନେ ୩ଟି ଧଉରା କାଠରେ ରଥ ନିର୍ମାଣର ଶୁଭାରମ୍ଭ କରିବେ । ଶ୍ରୀନହର ସମ୍ମୁଖରେ ରଥ ନିର୍ମାଣ ପାଇଁ ରଥଖଳାରେ ପ୍ରସ୍ତୁତି ସରିଛି । ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ରଥଖଳା ଉପରେ ଚାଳି ପକାଯାଇଛି।

ରଥ ନିର୍ମାଣ ଅନୁକୂଳ ପାଇଁ ୩ଟି ୧୨ଫୁଟିଆ ଧଉରା କାଠ ମହା ରଥଖଳାରେ ରଖା ସରିଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହେବ ଅପରାହ୍ନ ୪ଟାରେ । ଏହାପରେ ଯଥାବିଧି ପୂଜାର୍ଚ୍ଚନା ସରି ବିଶ୍ୱକର୍ମାମାନେ ଶାଢ଼ି ବନ୍ଧାଇ ସ୍ୱତନ୍ତ୍ର କୁରାଢିରେ ରଥ ନିର୍ମାଣ ଅନୁକୂଳ କରିବେ । ପରଦିନ ଠାରୁ ଶ୍ରୀନହର ସମ୍ମୁଖରେ ତିନି ରଥ ତିଆରିର ଶୁଭାରମ୍ଭ ହେବ । ପ୍ରଥମେ ଚକ ନିର୍ମାଣ କରାଯିବ ।
ରଥଯାତ୍ରା ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଛି । ଗତବର୍ଷର ବଳକା କାଠକୁ ଛାଡିଦେଲେ ଆଉ ୮୦୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଶହ ଖଣ୍ଡ କାଠ ରଥଖଳାକୁ ଆସିସାରିଛି ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications