ଆଜି ଛେନାପୋଡ଼ ଦିବସ; ପ୍ରତି ଓଡ଼ିଆଙ୍କ ଭାରି ପ୍ରିୟ, କଣ ରହିଛି ଇତିହାସ ?

ପ୍ରତି ଓଡ଼ିଆଙ୍କ ପ୍ରିୟ ଛେନାପୋଡ଼ । ଭାରି ସୁଆଦିଆ । ସମସ୍ତେ ଏହାକୁ ଖାଇବାକୁ ଭାରି ପସନ୍ଦ କରନ୍ତି । ଆଉ ଆଜି ହେଉଛି ଛେନାପୋଡ଼ ଦିବସ । ଛେନାପୋଡ଼ର ଆକ୍ଷରିକ ଅର୍ଥ ହେଉଛି ପୋଡ଼ା ଯାଇଥିବା ଛେନା ବା ପୋଡ଼ିକରି ତିଆରି କରାଯାଇଥିବା ଛେନାରେ ତିଆରି ଏକ ମିଠା । ଏପ୍ରିଲ ୧୧ ପ୍ରତିବର୍ଷ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଏ ।

ଛେନାପୋଡ କଥା ଆସିଲେ ସମସ୍ତେ ପ୍ରାୟ ନୟାଗଡ କଥା ଭାବନ୍ତି ମାତ୍ର ଏବେ ଛେନାପୋଡ ଖାଲି ନୟାଗଡର ନୁହେଁ ସମଗ୍ର ଓଡିଶାର ପରିଚୟ ହୋଇଛି । ଓଡିଶାର ଏକ ସ୍ବତନ୍ତ୍ର ଓ ସୁଆଦିଆ ମିଠା ହେଉଛି ଛେନାପୋଡ । ଘରେ ଘରେ ପରିଚିତ ଏହି ମିଠାକୁ ସବୁ ବର୍ଗର ଲୋକ ପସନ୍ଦ କରିଥାନ୍ତି ।

ସ୍ୱାଧୀନତା ପୂର୍ବରୁ ନୟାଗଡ଼ ଛେନାପୋଡ଼ ଜନ୍ମ ନେଇଥିଲା। ଛେନାପୋଡ଼ ପଛରେ ରହିଛି ଏକ ରୋଚକ କାହାଣୀ। ନୟାଗଡ଼ ଜିଲ୍ଲା ଦଶପଲ୍ଲା ସାତପାଟଣା ଗ୍ରାମରେ ୧୯୩୧ ଏପ୍ରିଲ୍‌‌ ୧୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଛେନାପୋଡ଼ର ଜନ୍ମଦାତା ସୁଦର୍ଶନ ସାହୁ।

Chhena Poda Divas

ଇତିହାସ
ସୁଦର୍ଶନ ଏକ ଜଳଖିଆ ଦୋକାନ କରି ପରିବାର ଚଳାଉଥିଲେ। ଏକଦା ତାଙ୍କ ଦୋକାନରେ କିଛି ଛେନା ବଳକା ରହିଯାଇଥିଲା । ତାହା ସକାଳକୁ ଖରାପ ହୋଇଯିବ ଭାବି ସେଥିରେ କିଛି ଚିନି ଓ କିଛି ଚାଉଳ ଚୁନା ମିଶାଇ ରଡନିଆଁରେ ପୋଡ଼ିଦେଇଥିଲେ। ଏହାପରେ ତାହା ଏକ ପିଠା ଆକାରର ହୋଇଥିଲା। ପ୍ରଥମେ ତାହା ଛେନାପୋଡ଼ ପିଠା ହୋଇଥିଲା। ପରେ ଏହା ପିଠାରୁ ମିଠା ପାଲଟିଥିଲା। ଖୁବ୍‌ କମ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ମିଠା ନାଁ କରିଥିଲା ।

ଛେନାପୋଡ଼ ଗୋଟିଏ ଓଡ଼ିଆ ମିଠା । ଏହା ଛେନା, ଚିନି, ସୁଜି, କାଜୁ ଓ କିସମିସରେ ତିଆରି କରାଯାଏ । ଛେନାପୋଡ଼ର ଆକ୍ଷରିକମାନେ ପୋଡ଼ା ଜାଇଥିବା ଛେନା ବା ପୋଡ଼ିକରି ତିଆରି କରାଯାଇଥିବା ଛେନାରେ ତିଆରି ଏକ ମିଠା । ଏହା ବାଦାମି ହେବାଯାଏଁ ଏହାକୁ ପୋଡ଼ାଯାଇ ତିଆରି କରାଯାଇଥାଏ । ଏହା ଜଗନ୍ନାଥଙ୍କର ଛପନ ଭୋଗ ଭିତରୁ ଗୋଟିଏ ।୨୦୨୨ ମସିହାରୁ ସୁଦର୍ଶନ ସାହୁଙ୍କ ଜନ୍ମଦିନ ଅପ୍ରେଲ ମାସ ୧୧ ତାରିଖକୁ ଛେନାପୋଡ଼ ଦିବସ ଭାବରେ ପାଳନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+