ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଚିତା ଲାଗି ନୀତି କାରଣରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ଆଜି ମହାପ୍ରଭୁଙ୍କ ମସ୍ତକରେ ଲାଗି ହେବ ସୁବର୍ଣ୍ଣ ଚିତା।

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ ହେବ। ଏହାପରେ ଦଇତାପତି ସେବକମାନେ ଚିତାଲାଗି ପାଇଁ ଗର୍ଭଗୃହରେ ପ୍ରବେଶ କରିବେ।

Chitalagi Amavasya

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରେ ହେବ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ମହାପ୍ରଭୁଙ୍କ ଠାରେ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଲାଗି କରାଯିବ।ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ ଚିତାଲାଗି ଅମାବାସ୍ୟାରେ ଲାଗି କରାଯାଏ।

ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନ ସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଯ ଘରକୁ ବିଜେ କରିଥାନ୍ତି । ଏହା ପରେ ଶ୍ରୀଜିଉଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତାମାନେ ରତ୍ନ ସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତା ଲାଗି କାର୍ଯ୍ୟ କରିଥାନ୍ତି ।

ଶ୍ରୀଜିଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅରେ ପାଟ ଡୋର ସାହାଯ୍ୟରେ ତିନିଟି ସ୍ୱର୍ଣ୍ଣ ଚିତାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ । ଶ୍ରୀବଳଭଦ୍ରଙ୍କ ଚିତା ମଝିରେ ଏକ ବଡ଼ ମର୍କତ ପଥର ରହିଛି। ଏହାର ଚାରି ପଟେ ପାଞ୍ଚଟି ବେଢରେ ଲାଗିଛି ମାଣିକ, ହୀରା, ମର୍କତ ଓ ନୀଳ ପଥର । ସେହିପରି ଶ୍ରୀଜଗନ୍ନାଥଙ୍କ ସ୍ୱର୍ଣ୍ଣଚିତା ମଝିରେ ରହିଛି ହୀରା । ଚିତାର ୭ଟି ବେଢ଼ରେ ମାଣିକ, ହୀରା, ପାନ୍ନା ଖଞ୍ଜା ହୋଇଛି। ସପ୍ତମ ବେଢ଼ର ଶୀର୍ଷରେ ପାନପତ୍ର ଆକୃତିର ଏକ ହୀରା ରହିଛି । ତାକୁ କୁହାଯାଏ ବ୍ରହ୍ମଜ୍ୟୋତି ହୀରା । ଦେବୀ ସୁଭଦ୍ରାଙ୍କ ଚିତା ମଝିରେ ଏକ ବଡ଼ ମାଣିକ ପଥର ରହିଛି।

ସେହିପରି ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଧୂପରେ ଚିତଉ ପିଠା ଲାଗି ହେବାର ପରମ୍ପରା ଥିବା ବେଳେ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+