ଆଜି କାର୍ତ୍ତିକ ପୂର୍ଣ୍ଣିମା, ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜି କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଆଜି ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ବଡ଼ି ଭୋରରୁ ଦ୍ବାରଫିଟା ପରେ ନୀତିକାନ୍ତି ବଢିବା ସହ ଚାଲିଛି ସର୍ବସାଧାରଣ ଦର୍ଶନ । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ମନ୍ଦିରରେ ପ୍ରବଳ ଭିଡ଼ ଲାଗିଛି ।

Rajarajaswarar

ମହାପ୍ରଭୁ ପ୍ରତିବର୍ଷ ୫ ଥର ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । କାର୍ତ୍ତିକ ପୂର୍ଣ୍ଣିମାରେ ଅନୁଷ୍ଠିତ ହେଉଥିବା ସୁନାବେଶ ହେଉଛି ଐଶ୍ଚର୍ଯ୍ୟର ବେଶ । ଅତୀତରେ ଓଡ଼ିଆ ସାଧବ ପୁଅମାନେ ମହାପ୍ରଭୁଙ୍କୁ ସ୍ମରଣ କରି ବିଦେଶକୁ ବୋଇତ ମାଧ୍ୟମରେ ଯାଇ ବାଣିଜ୍ୟ କରି ବିପୁଳ ଧନ ରତ୍ନ ଆଣି ମହାପ୍ରଭୁଙ୍କୁ ସମର୍ପିତ କରୁଥିଲେ । ଏହାର ନିଦର୍ଶନ ସ୍ଵରୂପ ମହାପ୍ରଭୁ ମହଣ ମହଣ ସୁନାରେ ବିଭୂଷିତ ହୋଇ ଭକ୍ତଙ୍କୁ ସୁନାବେଶ ତଥା ରାଜାଧିରାଜ ବେଶରେ ଦର୍ଶନ ଦେଇଥାନ୍ତି ।

ଆଜି କେବଳ ସିଂହଦ୍ବାର ଦେଇ ପ୍ରବେଶ ବ୍ୟବସ୍ଥା କରାଯାଇଥିବା ବେଳେ, ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ହୋଇଛି । ମାର୍କେଟ ଛକ ଠାରୁ ବ୍ୟାରିକେଡ଼ କରାଯାଇଥିବା ବେଳେ, ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ , ୩୦ ଜଣ ମାଜିଷ୍ଟ୍ରେଟ ଓ ସ୍ବେଚ୍ଛାସେବୀ ମୁତୟନ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+