ଆଜି ପବିତ୍ର ମାଘ ସପ୍ତମୀ; ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁ

ଆଜି ପବିତ୍ର ମାଘ ସପ୍ତମୀ । ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁ ଭିଡ଼ ଜମାଇଥିବା ଦେଖିବାକୁ ମିଳିଛି । ଏହି ପବିତ୍ର ଦିନରେ ଚନ୍ଦ୍ରଭାଗାରେ ବୁଡ଼ ପକାଇ ସୂର୍ଯ୍ୟ ଭଗବାନଙ୍କୁ ଦର୍ଶନ କରିବା ଫଳରେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ୫ଜଣ ଆଡିସନାଲ ଏସପିଙ୍କ ସହିତ ୧୨ ଜଣ ଡିଏସପି ୩୯ ଜଣ ଇନସପେକ୍ଟର, ୧୨୨ ଜଣ ଏଏସଆଇ ୫୩୪ ଜଣ କନେଷ୍ଟବଳଙ୍କ ସମେତ ୩୩ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ରହିଛନ୍ତି ।

ଶୃଙ୍ଖଳିତ ଭାବେ ବୁଡ଼ ପକାଇବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ଆଖି ଆଗରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୁଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି ।

magha saptami

ଶ୍ରଦ୍ଧାଳୁଙ୍କ ପାଇଁ ଶୌଚାଳୟ ନିର୍ମାଣ , ପାର୍କିଂ ବ୍ୟବସ୍ଥା କରାଯାଇଛି । ଆଇନଶୃଙ୍ଖଳା ଓ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପୋଲିସ ନିୟୋଜିତ କରାଯାଇଛି । ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ ରୋକିବାକୁ ବହୁ ସଂଖ୍ୟାରେ ଲାଇଫଗାର୍ଡ ମଧ୍ୟ ନିୟୋଜିତ ହୋଇଛନ୍ତି ।

ପୌରାଣିକ ମତ ଅନୁସାରେ, ଆଜି ପ୍ରଭୁ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶ୍ରାପ ଜନିତ ରୋଗରୁ ମୁକ୍ତ ହୋଇଥିଲେ । ଏଥିସହ ମାଘ ସପ୍ତମୀରେ ଲାଙ୍ଗୁଳା ନରସିଂହ ଦେବ ସୂର୍ଯ୍ୟ ମନ୍ଦିର ପ୍ରତିଷ୍ଠା କରିଥିଲେ । ତେଣୁ ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାବଲମ୍ବୀ ମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+