Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଆଜିଠାରୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ଆଜି ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ ।

temple

ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଆଜି ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କର ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦ୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହିତ ବିଭିନ୍ନ ଅଳଙ୍କାରରେ ସଜ୍ଜିତ ହେବେ। ପ୍ରତିଦିନ ମଧ୍ୟାହ୍ନ ଧୂପ ବଢ଼ିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରାଯିବ ।

ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ। ସେପଟେ ଆସନ୍ତା ୨ ତାରିଖରେ ମେଣ୍ଢା ପୋଡ଼ି ଉତ୍ସବ ଅନୁଷ୍ଠିତ ହେବା ସହ ୩ ତାରିଖରେ ଦୋଳପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧା ବିଗ୍ରହ ସୁନାବେଶ ରେ ଦର୍ଶନ ଦେବେ। ଦୋଳପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଚୂଡାନ୍ତ କରାଯାଇଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ନୀତି କାନ୍ତି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ବ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+