ଆଜି ମକର ସଂକ୍ରାନ୍ତି, ମକରଚୌରାଶୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀ ଜୀଉ
ପୁରୀ: ଆଜି ମକର ସଂକ୍ରାନ୍ତି । ଆଜିର ଦିନରେ ସୂର୍ଯ୍ୟଙ୍କ ଉତ୍ତରାୟଣଗତି ଆରମ୍ଭ ହୁଏ । ତେଣୁ କେତେକ ସ୍ଥାନରେ ଏହି ପର୍ବକୁ ଉତ୍ତରାୟଣୀ ନାମରେ ମଧ୍ୟ ଜଣାଯାଏ । ଆଜିର ଦିନରେ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ଚଳନ କରନ୍ତି । ଆଜି ଠାରୁ ଦିନ ବଡ଼ ହେବା ଆରମ୍ଭ ହୁଏ । ଏହାର ପ୍ରଭାବ ବହୁତଥିବାରୁ ଶ୍ରଦ୍ଧାଳୁ ମାନେ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନ କରିଥାନ୍ତି ଏବଂ ସୂର୍ଯ୍ୟଙ୍କ ପ୍ରଥମ ପୂଜର୍ଚ୍ଚନା ମଧ୍ୟ କରିଥାନ୍ତି ।

ସେହିପରି ଆଜି ମକର ସଂକ୍ରାନ୍ତି ପାଇଁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତ ଅନୁଷ୍ଠିତ । ଆଜି ମକରଚୌରାଶୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଓ । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ପଟା ପହରଣ ଲାଗି କରାଯିବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ମକର ନୀତି ଅନୁଷ୍ଠିତ ହେବ ।
ଆଜି ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଅଧିବାସରେ ରଖାଯାଇଥିବା ଭୋଗକୁ ଭୋଗ ମଣ୍ତପରୁ ନେଇ ବେଢା ପରିକ୍ରମା କରାଯିବ । ଏହା ପରେ ମହାଭୋଇ ମାନେ ରୋଷଶାଳରୁ ଦହି ଆଣିବେ ସେହିପରି ଗୁଡିଆମାନେ ଫେଣା, ଶାକର, ଆଣି ମକର ଭୋଗ ପ୍ରସ୍ତୁତ କରିବେ । ଏହାପରେ ମହାପ୍ରଭୁଙ୍କ ଶ୍ରୀଚରଣରେ ନଳୀ ପାନ ଅର୍ପଣ କରାଯିବାର ବିଧି ରହିଛି ।
ମକର ସଂକ୍ରାନ୍ତି ସମ୍ପର୍କରେ କିଛି ବିଶେଷ କଥା
ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ ।
ଓଡ଼ିଆ ପ୍ରବାଦ ଅନୁଯାୟୀ 'ମକରଠାରୁ ଦିନ ବକର ହୁଏ', ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି ।
-
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
କ୍ଷେପଣାସ୍ତ୍ର ମାଡ଼ରେ ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ପୁଣି ଖସିଲା ସୁନା-ରୂପା ରେଟ୍ -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର












Click it and Unblock the Notifications