ଆଜି ପୌଷ ପୂର୍ଣ୍ଣିମା; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି, ଦୁର୍ଲଭ ସୁନାବେଶ ଦେବେ ଦର୍ଶନ
ଆଜି ପୌଷ ପୁର୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟଭିଷେକ ନୀତି ସମ୍ପାଦନ କରାଯିବ । ରତ୍ନ ସିଂହାସନରେ ଶ୍ରୀଜିଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଗତକାଲିଠୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ପରେ ପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ ।

ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ। ପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। କିରିଟ, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେବେ ।












Click it and Unblock the Notifications