ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ, ଭିସି ଯୋଗେ ଯୋଗ ଦେବେ ସୁପ୍ରିମୋ ନବୀନ ପଟ୍ଟନାୟକ
ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ । ବିଜେଡି କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହା ସହ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ପ୍ରତିଷ୍ଠା ଦିବସ ପାଳିତ ହେବ ।
ଭବୁନେଶ୍ୱର: ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ । ବିଜେଡି କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହା ସହ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ପ୍ରତିଷ୍ଠା ଦିବସ ପାଳିତ ହେବ । କାର୍ଯ୍ୟକ୍ରମରେ ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତା ଯୋଗଦେବେ । ଅପରାହ୍ଣରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ଯୋଗେ ଦଳୀୟ କର୍ମକର୍ତାଙ୍କୁ ସମ୍ବୋଧନ କରିବେ ।

ଅନ୍ୟପଟେ ପ୍ରତି ବ୍ଲକ ଓ ଜିଲ୍ଲା ମୁଖ୍ୟାଳୟରେ ବିଜେଡି କର୍ମୀଙ୍କୁ ଏକାଠି କରି ବଡ ସଭା ଆୟୋଜନ କରିବାକୁ ଦଳ ପକ୍ଷରୁ ଦିଆଯାଇଛି ନିର୍ଦ୍ଦେଶ । ସବୁ ସ୍ଥାନରେ ବିଧାୟକ, ସାଂସଦ ଓ ଅନ୍ୟ ଛାମୁଆ ନେତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିବେ ।
ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଥିବାରୁ ଦଳର ପ୍ରତିଷ୍ଠା ଦିବସକୁ ବ୍ୟାପକ ଆକାରରେ ପାଳନ କରିବା ସହ ସାଧାରଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଭରପୁର ଉଦ୍ୟମ କରିଛି ବିଜେଡି । ଏହି ଅବସରରେ କିଭଳି ସରକାରଙ୍କ ସମସ୍ତ ଜନହିତକର କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ପହଞ୍ଚିବ ସେନେଇ କର୍ମୀଙ୍କ କାନରେ ମନ୍ତ୍ର ଫୁଙ୍କିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତିଷ୍ଠା ଦିବସରୁ ହଁ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଓ ଲୋକସେବା ମାଧ୍ୟମରେ ଦଳ ରାଜ୍ୟବାସୀଙ୍କ ପାଖକୁ ଯିବ ।












Click it and Unblock the Notifications