ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ, ସାରା ଦେଶ ଗାଉଛି ବୀରତ୍ୱର କଥା
ଭାରତୀୟ ସ୍ୱାଧିନତା ସଂଗ୍ରାମର ଅଦ୍ବିତୀୟ ଯୋଦ୍ଧା ସୁଭାଷ ଚନ୍ଦ୍ର ବୋସଙ୍କ ଆଜି ଜନ୍ମ ଜୟନ୍ତୀ। ସେହିପରି ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ମଧ୍ୟ ଆଜି ଜନ୍ମ ଜୟନ୍ତୀ । ସାରା ଦେଶରେ ଆଜି ଓଡ଼ିଶାର ଏହି ଦୁଇ ବରପୁତ୍ରଙ୍କ ଜନ୍ମଜୟନ୍ତୀ ପାଳନ କରାଯାଉଛି । ତାଙ୍କ ବୀରତ୍ୱର ଗାଥାକୁ ମନେପକାଇ ଦେଶପ୍ରେମରେ ସାରା ଦେଶ ମନେପକାଉଛି ।

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସ୍ୱାଧିନତା ସଂଗ୍ରାମର ମହାନାୟକ । ଆଜି ନେତାଜୀଙ୍କ ୧୨୮ତମ ଜନ୍ମ ଜୟନ୍ତୀ । ଏଥିପାଇଁ ସଜେଇ ହୋଇଛି ଓଡ଼ିଆ ବଜାରସ୍ଥିତ ନେତାଙ୍କ ଜନ୍ମପୀଠ ଏବଂ ସଂଗ୍ରହାଳୟ। ସକାଳୁ ସକାଳୁ ନେତାଙ୍କ ଜନ୍ମପୀଠରେ ଲୋକମାନଙ୍କର ଗହଳି ଦେଖିବାକୁ ମିଳିଛି ।
ନେତାଜୀଙ୍କ ପ୍ରତିମୂର୍ତ୍ତିରେ ଲୋକମାନେ ପୁଷ୍ପମାଲ୍ୟ ଅର୍ପଣ କରୁଛନ୍ତି । ଜୟନ୍ତୀ ଅବସରରେ କଟକ ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ପରାକ୍ରମ ଦିବସ ପାଳନ କରାଯିବ । ବାରବାଟୀ ଦୁର୍ଗ ଭିତରେ ଜାତୀୟସ୍ତରୀୟ ପରାକ୍ରମ ଦିବସ ପାଳନ କରିବା ସହ ନେତାଜୀ ସଂପର୍କିତ ବିଭିନ୍ନ ପ୍ରଦର୍ଶନୀ ଆୟୋଜିତ ହେବ । ପ୍ରଧାନମନ୍ତ୍ରୀଙ୍କ ଏକ ଭିଡିଓ ମେସେଜରୁ କାର୍ଯ୍ୟକ୍ରମ ଆରମ୍ଭ ହେବ ।


Click it and Unblock the Notifications
