ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି

ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି । ଶ୍ରୀନହର ପରିସରରେ ଆଜି ଗଜପତି ମହାରାଜଙ୍କ ରାଜାଭିଷେକ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁସାରେ ପୁଷ୍ୟା ନକ୍ଷତ୍ର ତିଥିରେ ଗଜପତି ମହାରାଜ ସିଂହାସନ ଆରୋହଣ କରିବା ସହ ଅଭିଷେକ ନୀତି କରାଯାଏ । ଗଜପତିଙ୍କ ପୁଷ୍ୟାଭିଷେକ ନୀତି ପାଇଁ ଆଜି ସନ୍ଧ୍ୟାରେ ଶ୍ରୀନହରରେ ବିଶେଷ ନୀତି କରାଯିବ ।

Gajapati Maharaj Divyasingh Dev

ଅଭିଷକ ନୀତି,ଶ୍ରୀନହରରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହେବ । ଦେବୀପ୍ରସାଦ ରାଜଗୁରୁ ଓ ସୁଧାଂଶୁ ରାଜଗୁରୁ ଏହି କାର୍ଯ୍ୟ ସମ୍ପାଦନ କରିବେ । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯିବ । ପରେ ବନ୍ଦାପନା କରାଯାଇ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯିବ । ଗଜପତି ତାଙ୍କର ପାରମ୍ପରିକ ବେଶରେ ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ତାଙ୍କୁ ନଡ଼ିଆ ଏବଂ ପଇତା ପ୍ରଦାନ କରିବା ସହିତ ଆଶୀର୍ବାଦ ଦେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+