ଆଜି ଅଣବସରର ପଞ୍ଚମ ଦିବସ: ଶ୍ରୀଅଙ୍ଗ ଫିଟା ନୀତି ହେବା ପରେ ଲାଗି ହେବ ଫୁଲୁରି ତେଲ

ଆଜି ଅଣବସରର ପଞ୍ଚମ ଦିବସ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି ଓ ଶ୍ରୀଅଙ୍ଗ ଫିଟା ନୀତି ହେବା ପରେ ଲାଗି ହେବ ଫୁଲୁରି ତେଲ । ଏନେଇ ବଡଓଡିଆ ମଠ ପକ୍ଷରୁ ଚାଲିଛି ତେଲ ପ୍ରସ୍ତୁତି । ମଧ୍ୟାନ୍ନ ଧୂପ ପରେ ଏହି ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିବା ସହ ରାତ୍ରରେ ମହାପ୍ରଭୁଙ୍କୁ ଲାଗି କରିବେ ଦଇତାପତି ସେବକ । ବଡଓଡିଆ ମଠରୁ ପ୍ରତିବର୍ଷ ଅଣବସର ସମୟରେ ଯୋଗାଇ ଦିଆଯାଏ ଫୁଲୁରି ତେଲ ।

Phuluri oil

ଦଇତାପତି ସେବକମାନେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜିଉଙ୍କର ଜ୍ବର କମାଇବା ପାଇଁ ପ୍ରଲେପ କରିଥାନ୍ତି ଏହି ଔଷଧୀୟ ତୈଳ । ରାଜା ପ୍ରତାପ ଦେବଙ୍କ ଅମଳରୁ ବଡଓଡିଆ ମଠ ଯୋଗାଇ ଆସୁଛି ଏହି ଫୁଲୁରି ତେଲ ସେବା । ଘଣା ପେଡା ରାଶି ତେଲରେ କେତକୀ, ଜୁଇ ଜାଇ, ମାଳତୀ ବକୁଳ ଆଦି ସୁବାସିତ ଫୁଲ କୃଷ୍ଣଭୋଗଧାନ ଓ ବେଣାଚେର ପରି ପ୍ରାୟ ୨୭ପ୍ରକାର ଉପାଦାନ ମିଶାଯାଇ ଏହି ତେଳ ପ୍ରସ୍ତୁତ କରାଯାଏ । ପ୍ରତିବର୍ଷ ଶ୍ରୀଗୁଣ୍ଡିଚାର ହେରାପଞ୍ଚମୀ ଠାରୁ ଏହି ସବୁ ସାମଗ୍ରୀକୁ ଗୋଟିଏ ମାଟି ଘଡିରେ ପୁରାଇ ଗୁପ୍ତ ସ୍ଥାନରେ ପୋତି ରଖାଯାଇଥାଏ । ଜ୍ୟୋଷ୍ଠ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଔଷଧୀୟ ତେଲକୁ ମଠ ମହନ୍ତ ମାଟି ତଳୁ କାଢି ମଠର ଅନ୍ୟ ଏକ କୋଠରୀରେ ଗୋପନୀୟ ଭାବେ ରଖିଥାନ୍ତି । ପଞ୍ଚମୀ ତିଥିରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରୁ ଡାକରା ଆସିଲେ ମଠାଧୀଶ ଏହି ତୈଳକୁ ବୈଷ୍ଣବଙ୍କ ଦ୍ୱାରା ଶ୍ରୀମନ୍ଦିରକୁ ପଠାଇବା ପରେ ଦଇତାପତିମାନେ ଏହାକୁ ଶ୍ରୀଅଙ୍ଗରେ ମର୍ଦନ କରିବାର ପରମ୍ପରା ରହିଛି ।

୨୭ ତାରିଖରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ରଥନିର୍ମାଣ କାମ ଜୋରସୋରରେ ଚାଲିଛି । ତିନି ରଥରେ ଅଗ ଭୂଇଁ ବା ତୃତୀୟ ଭୂଇଁ ସ୍ଥାପନ ସହ ସ୍ଥାପିତ ହୋଇଛି ତିନିରଥର ବଡଥଳ ପୋଟଳ । ତିନିରଥରେ ଏକ ନମ୍ୱର ପୋଟଳ ସଂଯୋଗ ହେବାପରେ ବାକି ପୋଟଳ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରି ରହିଥିବା କହିଛନ୍ତି ବିଶ୍ଵକର୍ମା । ଅଣସର ଚାଲିଥିବାରୁ ଜଗନ୍ନାଥଙ୍କ ମାନବୀୟ ଅବତାର ଦର୍ଶନ ପାଇଁ ଅଲାରନାଥଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଲାଗିଛି । ଏହି ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ବେଶ ଧାରି ଶିଳାବ୍ରହ୍ମ ଶ୍ରୀ ଅଲାରନାଥ ଦେବ ନାରାୟଣ ଦେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥାଆନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+