ଆଜି ବଜେଟ ଅଧିବେଶନର ପଞ୍ଚମ ଦିନ, ମଣ୍ଡି ସମସ୍ୟାକୁ ନେଇ କମ୍ପୁଛି ଗୃହ
ଆଜି ବଜେଟ ଅଧିବେଶନର ପଞ୍ଚମ ଦିନ । ଆଜିବି ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇପାରେ । ୩ ଦିନ ଧରି ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟଣୀ ଛଟଣୀ ପ୍ରସଙ୍ଗରେ ଗୃହ କମ୍ପୁଛି । ଆଜି ମଧ୍ୟ ସମାନ ପ୍ରସଙ୍ଗକୁ ଅସ୍ତ୍ର କରି ପାରନ୍ତି ବିରୋଧୀ । ଏପଟେ ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ, ନିର୍ମାଣ, ଅବକାରୀ, ଆଇନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି ତେବେ ଆଜି ଗୃହକାର୍ଯ୍ୟ ସ୍ୱାଭାବିକ ହୋଇ ପାରୁଛି ନା ନାହିଁ ତା ଉପରେ ରହିଛି ନଜର ରହିଛି । ସେହିପରି ଅପରାହ୍ନରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ଉପସ୍ଥାନ ହେବାର ଅଛି ।

ବଜେଟ ଅଧିବେଶନ ଭିତରେ ବଡ଼ ଆନ୍ଦୋଳନର ଡାକରା ଦେଇଛି ବିଜେଡି। ଚାଷୀଙ୍କ ସମସ୍ୟା ନେଇ ଆସନ୍ତା ୨୪ ତାରିଖରେ ଭୁବନେଶ୍ଵରରେ ବଡ ଆନ୍ଦୋଳନ କରିବ ବିଜେଡି । ଏ ନେଇ ଶଙ୍ଖ ଭବନରେ ଗତକାଲି ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ତରରେ ବିଜେଡି ଆନ୍ଦୋଳନ ଜାରି ରଖିଥିବା ବେଳେ ଫେବୃଆରୀ ୨୪ ତାରିଖରେ ରାଜ୍ୟ ସ୍ତରୀୟ ପ୍ରତିବାଦ କରିବ ବିଜୁ ଜନତା ଦଳ ।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications