ଆଜିି ପବିତ୍ର ଅକ୍ଷୟ ତୃତୀୟା, ଅଖିମୁଠି ଅନୁକୂଳ କରିବେ ଚାଷୀ

ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଓଡ଼ିଆ ପରମ୍ପରା ଅନୁସାରେ ବୈଶାଖ ମାସରେ ଏହି ପୂଜା ପଡ଼ିଥାଏ । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।

Akshaya Tritiya

କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି । ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଉ ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । ସବୁ କାମର ଅନୁକୂଳ ପାଇଁ ଏହି ଦିନଟି ବେଶ୍ ଭଲ ଓ ଶୁଭ ହୋଇଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ଆଦି ଶୁଭକର୍ମ ଅନୁଷ୍ଠିତ ହୋଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+