ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ଜାଣନ୍ତୁ କେତେ ଗରା ଜଳରେ ସ୍ନାନ କରନ୍ତି ଜଗନ୍ନାଥ ?
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନ ପୂର୍ଣ୍ଣିମା । ସ୍ନାନ ମଣ୍ଡପରେ ମହାସ୍ନାନ କରିଥାନ୍ତି ଚତୁର୍ଦ୍ଧାମୂର୍ତ୍ତି। ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ ଗରା ଜଳରେ ସ୍ନାନ କରିବାର ନିୟମ ରହିଛି । ତେବେ ଚାଲନ୍ତୁ ଜାଣିବା କେଉଁ ଦିଅଁଙ୍କ କେତେ ଗରା ଜଳରେ ସ୍ନାନ କରିଥାନ୍ତି ।
ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ ।

କେଉଁ ଦିଅଁ କେତେ ଗରା ଜଳରେ ସ୍ନାନ କରନ୍ତି
୩୫ଟି ଗରା ଜଗନ୍ନାଥ, ୩୩ ଗୋଟି ଗରା ବଳଭଦ୍ର,୨୨ ଗୋଟି ଗରାରେ ସୁଭଦ୍ରା ଓ ୧୮ଟି ଗରାରେ ସୁଦର୍ଶନଙ୍କୁ ସ୍ନାନ କରାଯାଇଥାଏ ।
ଏହାକୁ "ପ୍ରତ୍ୟେକ୍ଷ ଅବକାଶ" ବୋଲି କୁହାଯାଇଥାଏ ।
ତେବେ ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇ ଥାଏ। ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି । ଚତୁର୍ଦ୍ଧା ମୂରତିଙ୍କ ସ୍ନାନ କାର୍ଯ୍ୟ ସରିବା ପରେ ଗଜନାନ ବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେଇଥାନ୍ତି ଶ୍ରୀଜିଉ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications