ଆଜି ପବିତ୍ର ନୂଆଁଖାଇ ପର୍ବ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜି ହେଉଛି ପବିତ୍ର ନୂଆଁଖାଇ ପର୍ବ । ଏହି ପର୍ବକୁ ପଶ୍ଚିମ ଓଡ଼ିଶାର ଲୋକେ ବହୁତ ଧୁମ ଧାମର ସହ ପାଳନ କରନ୍ତି । ଏନେଇ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ସଂସ୍କୃତି , ସମୃଦ୍ଧି ଓ ଏକତାର ପ୍ରତୀକ ନୂଆଁଖାଇ ତିହାର । ନୂଆ ଆଶା ନେଇ ଆସିଥିବା ଏହି ଉତ୍ସବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ । ଏହା ହିଁ ମୁଁ ମାଆ ସମଲେଇଙ୍କ ପାଖରେ ଗୁହାରି କରୁଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ସମସ୍ତଙ୍କ ଯୋଗଦାନ ପାଇଁ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ।
ଅନ୍ୟପଟେ ପଶ୍ଚିମ ଓଡ଼ିଶାର ସମସ୍ତଙ୍କ ଘରେ ଘରେ ଚାଲିଛି ପିଠାପଣା ପ୍ରସ୍ତୁତି । ଇଷ୍ଟଦେବୀଙ୍କ ନିକଟରେ ନୂଆଧାନ ଲାଗି ହେବା ପରେ ପରିବାର ଖାଇବେ ନବାନ୍ନ ନୂଆଁଖାଇ ପାଇଁ ପୂରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇପଡ଼ିଛି । ସମସ୍ତ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ । ସେହିଭଳି କଣ୍ଟାପାଲି ଜମିଦାରଙ୍କ ଘରୁ ମାଆଙ୍କ ପାଇଁ ସ୍ୱତନ୍ତ୍ର ନୂଆଁଖାଇ ଭାର ଆସିଛି । ଏହାରି ଭିତରେ ମାଆଙ୍କ ଅଳଙ୍କାର ମାର୍ଜଣା ମଧ୍ୟ କରାଯିବ। ସମସ୍ତ ପ୍ରସ୍ତୁତି ସରିଛି । ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା ପରେ ନବାନ୍ନ ଖାଇବେ ପରିବାର ଲୋକେ ।

-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications