Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥାବସ୍ତୁ ଅନୁଯାୟୀ ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା।

Magha Purnima

ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି କୁମ୍ଭୀର କବଳରୁ ଗଜରାଜକୁ ଠାକୁର ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି ।

ଗରୁଡ଼ ଉପରେ ବସିବା ଭଙ୍ଗିରେ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିଥାନ୍ତି ମହାପ୍ରଭୁ । ସେହିପରି ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ବିରାଜମାନ କରିଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+