Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ନୀଳାଦ୍ରିବିଜେ : ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ ପରେ ନୀଳକନ୍ଦରକୁ ଫେରିବେ ମହାବାହୁ

ରତ୍ନବେଦୀରୁ ବାହୁଡି ଜନ୍ମବେଦୀରେ ଲୀଳାଖେଳା ସରିବା ପରେ ଆଜି ପୁର୍ନବାର ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ । ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତେ । ଆଜି ହେଉଛି ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଶେଷ ଦିନ ଯାହାକୁ ନୀଳାଦ୍ରି ବିଜେ କୁହଯାଏ । ନୀଳାଦ୍ରି ବିଜେ ପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଉ କିଛି ସମୟର ଅପେକ୍ଷା । ଗୋଟି ପହଣ୍ଡିରେ ରଥରୁ ଓହ୍ଲାଇ ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ସେଥିପାଇଁ ସେବାୟତ ମାନଙ୍କ ସହ ସମନ୍ୱୟ ରକ୍ଷାକରି ନୀତିକାନ୍ତି ମଧ୍ୟ ଚୂଡାନ୍ତ ହୋଇଛି ।

ଆଜି ସକାଳୁ ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତୀ,ମଇଲମ,ଅବକାଶ, ଗୋପାଳବଲ୍ହଭ,ସକାଳଧୂପ, ମଧ୍ୟାହ୍ନ ଧୂପ,ସଂଧ୍ୟା ଆଳତୀ ଓ ସଂଧ୍ୟାଧୂପ ଶେଷହେବା ପରେ ଚାରମାଳ ବନ୍ଧାଯାଇ ଆରମ୍ଭ ହେବ ମହାପ୍ରଭୁଙ୍କ ଗୋଟି ପହଣ୍ଡି । ଅପରାହ୍ନ ୪ଟାରେ ପହଣ୍ଡି ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ସ୍ଥିର କରିଥିବା ବେଳେ ରାତି ୧୦ଟାରେ ପହଣ୍ଡି ଶେଷ ହେବ ବୋଲି କୁହାଯାଇଛି ।

Today is the holy Niladribije

ସେପଟେ ଆଜି ଶ୍ରୀମନ୍ଦିରରେ ପ୍ରବେଶ ପୂର୍ବରୁ କାଳିଆ ସାଆନ୍ତ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରିବେ । ତାଙ୍କୁ ନନେଇ ଭାଇଭଉଣୀଙ୍କୁ ସାଥୀରେ ଧରି କାଳିଆ ଠାକୁର ମାଉସୀ ଘରକୁ ଯାଇଥିଲେ । ଏଥିପାଇଁ ଲକ୍ଷ୍ମୀ ଠାକୁଠାଣୀ ଅଭିମାନ କରିଥିବା ବେଳେ ତାଙ୍କ ମାନଭଞ୍ଜନ କରି ଶ୍ରୀମନ୍ଦିରରେ ପ୍ରବେଶ କରିବେ କାଳିଆ ଠାକୁର । ତେବେ ବାହୁଡା଼ ଯାତ୍ରା ଠାରୁ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଅନୁଷ୍ଠିତ ହୋଇଥିବାରୁ ଆଜି ମଧ୍ୟ ନୀତି ସଅଳ ହେବ ବୋଲି ଅନୁମାନ କରାଯାଉଛି । ଆସନ୍ତାକାଲି ଠାରୁ ଭକ୍ତ ଓ ଶ୍ରଦ୍ଧାଳୁ ଶ୍ରୀମନ୍ଦିରରେ ଅବଢା ପାଇପାରିବେ । ନୀଳାଦ୍ରୀବିଜେ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+