ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି ବା ଓଡ଼ିଆ ନବ ବର୍ଷ, ଜାଣନ୍ତୁ କଣ ରହିଛି ଏହି ଦିନର ମାହାତ୍ମ୍ୟ

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ। ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ମେଷ ମାସର ସଂକ୍ରାନ୍ତି ତଥା ମହାବିଷୁବ ପଣାସଂକ୍ରାନ୍ତି। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ।

Panna Sankranti

ପୁରାଣ ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବେଶ ଗୁରୁତ୍ୱପୂର୍ଣ୍ଣ। ଏହିଦିନ ଜଳବାୟୁରେ ଏକ ପରିବର୍ତ୍ତନ ହୋଇଥାଏ। ସୂର୍ଯ୍ୟ ମଧ୍ୟଭାଗକୁ ଚାଲି ଆସିଥାନ୍ତି। ଏହିଦିନ ସୂର୍ଯ୍ୟ ବିଶୁବରେଖାରେ ଅବସ୍ଥାନ କରିଥାନ୍ତି। ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ। ଆଜିର ଦିନରେ ଓଡ଼ିଆଣୀ ମାନେ ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖିଥାନ୍ତି। ଏହା ତଳେ ଏକ ଛୋଟ ଛିଦ୍ର ଥାଏ। ଉକ୍ତ ଛିଦ୍ର ଦେଇ ପାଣି ତୁଳସୀ ଗଛରେ ପଡ଼ିଥାଏ। ଏହି ଦିନ ଓଡ଼ିଶାରେ ହନୁମାନ ଜୟନ୍ତୀ ପାଳନ କରାଯାଏ। ଓଡ଼ିଆ ଲୋକେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳିଶା ପାଠ କରି ନିଜର ମନୋସ୍କାମନା ପୂରଣ କରିଥାନ୍ତି।

ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+