ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମ ବେସରେ ସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି ।

Krishna Balarama Vesha of Lord Mahaprabhu in the shree mandir temple

ଆଜିର ଏହି କୃଷ୍ଣ ବଳରାମ ବେଶରେ ମହାପ୍ରଭୁ ଶ୍ରୀପୟର, ପାଉଁଜି, ପାହୁଡ଼, ଗୋଡ଼ମୁଦି, ମଲ୍ଲୀକଢ଼, ଚନ୍ଦ୍ର, ଚିତା, ନାକଚଣା, ହାତଫେର, ଖଡୁ ଭଳି ଅନେକ ଅଳଙ୍କାର ପରିଧାନ କରିଥାନ୍ତି । ସୁଭଦ୍ରାଙ୍କ ମସ୍ତକରେ କିରୀଟ ମଧ୍ୟ ଶୋଭା ପାଇଥାଏ । ସୁବ ଠାକୁରଙ୍କ କିରୀଟରେ କଦମ୍ୱ ଫୁଲ ସହ ପତ୍ର ବହୁ ପରିମାଣରେ ଲାଗିଥାଏ । ବଳଭଦ୍ର ଓ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବାସୁଦେବ, ଗୋପାଳ ବାଳକ, ଗୋପୀ, ବ୍ରହ୍ମା ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ତାୟମାନ ଭଙ୍ଗୀରେ ରଖାଯାଏ । ଶ୍ରୀଜୀଉମାନଙ୍କ ଏହି ବେଶ ଏକ ଆକର୍ଷଣୀୟ ତଥା ମନୋରମ ବେଶ ହୋଇଥିବାବେଳେ ଭକ୍ତ ମାନେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ନିଜକୁ କୃତାର୍ଥ ମନେ କରିଛନ୍ତି । ଶ୍ରୀଜୀଉଙ୍କର ଏହି କୃଷ୍ଣ ବଳରାମ ବେଶ ଦ୍ୱିପ୍ରହର ଧୂପ ପରେ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିବ । ଏହି ବେଶରେ ମହାପ୍ରଭୁଙ୍କୁ ତାଙ୍କ ପ୍ରିୟ ଖିରି ଓ ଅମାଲୁ ଭୋଗ କରାଯାଏ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+