ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ୱା ଶନିବାର ପଡିଥାଏ । ସେହିଦିନ ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ ।

puri

ସେହି ପରିପ୍ରେକ୍ଷୀରେ ଆଜି ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଦୁର୍ଲଭ ପଦ୍ମବେଶ ପାଇଁ ବେଶ କାରିଗରଙ୍କ ଦ୍ୱାରା ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଆଜି ଶ୍ରୀମନ୍ଦିର ଭିତରକୁ ସଂଧ୍ୟାରେ ଏହି ବେଶ ଯିବ । ସୋଲ,ଜରି,କନା,କଇଥ ଅଠାରେ ପ୍ରସ୍ତୁତ ପଦ୍ମବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ । କୀରୀଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିଥାନ୍ତି ମହାପ୍ରଭୁ । ତେବେ ମନୋହର ଦାସଙ୍କ ସ୍ମୃତିରେ ପଦ୍ମବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଥିବା ବେଳେ ଏହା ପଛରେ ଅନେକ ତତ୍ୱ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+