Get Updates
Get notified of breaking news, exclusive insights, and must-see stories!

ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ: ବଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଶୂନ୍ୟକାଳରେ ଉଭୟ ଶାସକ ଏବଂ ବିରୋଧୀ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇବେ । ଏହା ସହ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ ଯେଉଁଥି ପାଇଁ ବିରୋଧି ରଣନୀତି ପ୍ରସ୍ତୁତ କରିଥିବା ନେଇ ସୂଚନା ରହିଛି ସେହିପରି ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହୋଇଛନ୍ତି । ବିଜେପି ପକ୍ଷରୁ ମୁଲତବି ପ୍ରସ୍ତାବ ଅଣାଯିବାର ସମ୍ଭାବନା ରହିଛି ।

ଆଜି କୃଷି, କୃଷକ, ସଶକ୍ତୀକରଣ, ଉଚ୍ଚଶିକ୍ଷା ଏବଂ ରାଜସ୍ୱ ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସ୍କୁଲ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି । ଆଜି ଗୃହରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ତି ଭୂ ସଂସ୍କାର ବିଧେୟକ 2023 ଆଗତ କରିବେ ବୋଲି ସୂଚନା ରହିଛି ।

odisha assembly

ସୂଚନାଥାଉ ଯେ, ଗତକାଲିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ଦିନ 12 ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଗତକାଲି ଶୋକପ୍ରସ୍ତାବ ପରେ ମୁଲତବୀ ରହିଛି ଗୃହକାର୍ଯ୍ୟ । ଡିସେମ୍ବର 30ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ମୋଟ୍ 30 ଟି କାର୍ଯ୍ୟଦିବସ ରହିଛି । ଆଗାମୀ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ପୂର୍ଣ୍ଣାଙ୍ଗ ଅଧିବେଶନ ।

ତେବେ ଶୀତକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଦିବାସୀ ଜମି ହଡପ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ବାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି ।


ଶୀତ ଅଧିବେଶନ ପାଇଁ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ସୁନୀଲ ବଂଶଲ । ସୁରକ୍ଷାରେ ନିୟୋଜିତ ହେବେ 28 ପ୍ଲାଟୁନ ପୋଲିସ । ଡ୍ରୋନ ମଧ୍ୟ ବ୍ୟବହାର କରାଯାଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+