ପୁରୀ ଶ୍ରୀମନ୍ଦିରରେ ଆଜି ପଞ୍ଚକ ତୃତୀୟ ଦିନ; ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ ଶ୍ରୀମନ୍ଦିରରେ ଆଜି ପଞ୍ଚକ ତୃତୀୟ ଦିନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଲକ୍ଷ୍ମୀନୃସିଂହ ବେଶ କରିବେ । ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି । ଏହି ବେଶରେ ଶ୍ରୀଜିଉ ଯେଉଁ ଚୂଳ ଧାରଣ କରିନ୍ତି, ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ ବାଗିଆ ଲଗାଯାଇଥାଏ । ତେଣୁ ଏହି ବେଶକୁ ଆଡକିଆ ବେଶ ମଧ୍ୟ କୁହାଯାଏ ।
ସ୍କନ୍ଧ ପୁରାଣ ଅନୁଯାୟୀ, ମହାରାଜ ଇନ୍ଦ୍ରଦ୍ୟୁମ୍ନ ରତ୍ନସିଂହାସନ ଉପରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଯାଇଥିବା ବେଳେ ମହାପ୍ରଭୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ । ଏଣୁ କାର୍ତ୍ତିକ ମାସର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଥାଏ । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ଦୁଇଟି ଅକ୍ସିଜେନ ରେସକ୍ୟୁ ୟୁନିଟ ବା ଏସଆରୟୁ ନିୟୋଜିତ ରହିବେ । ଏସଆରୟୁ ଟିମ୍ ପାଖରେ ଅକ୍ସିଜେନ କିଟ୍ ରହିଛି । ପ୍ରବଳ ଭିଡ଼ ଯୋଗୁଁ ଅଣନିଶ୍ବାସୀ ହୋଇପଡୁଥିବା ଶ୍ରଦ୍ଧାଳୁଙ୍କୁ ଏହି ଟିମ୍ ଉଦ୍ଧାର କରିବ ।
କିମ୍ବଦନ୍ତୀ ଅନୁଯାୟୀ ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି । ତେଣୁ କାର୍ତ୍ତିକ ମାସର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଥାଏ ।

ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି ।
ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ବଡଦାଣ୍ଡ ର ବଗଲା ଧର୍ମଶାଳା ନିକଟରେ ହୋଇଥିବା ଅସ୍ଥାୟୀ ବ୍ୟାରିକେଡ୍ରେ ଆସି ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରିଛନ୍ତି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଭିତର, ବାହାର, ବଡ଼ଦାଣ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ, ୫ ଅତିରିକ୍ତ ଏସପି, ଡିଏସ୍ପି, ଇନ୍ସପେକ୍ଟର, ଏଏସଆଇ ଓ ଏସଆଇଙ୍କ ସହ ୩ଶହରୁ ଊର୍ଦ୍ଧ୍ୱ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିଚନ୍ତି। ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନରେ ଶତାଧିକ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି ।












Click it and Unblock the Notifications