ଆଜି ହେଉଛି ଉତ୍କଳ ଦିବସ; ଜାଣନ୍ତୁ ଏହା ପଛରେ ରହିଥିବା ଇତିହାସ , କଣ ରହିଛି ଏହି ଦିନର ସ୍ୱତନ୍ତ୍ରତା

ଆଜି ହେଉଛି ଉତ୍କଳ ଦିବସ । ଚଳିତ ବର୍ଷ 89 ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳନ କରିବେ ପ୍ରତିଟି ଓଡ଼ିଆ ।

Utkal Day

ଉତ୍କଳ ଦିବସ: ଏପ୍ରିଲ 1 ରେ ଓଡିଶା ପାଇଥିଲା ନିଜର ସ୍ୱତନ୍ତ୍ର ପରିଚୟ। ପୂର୍ବରୁ ବିହାରର ଏକ ଅଂଶ ହୋଇ ରହିଥିଲା ଓଡ଼ିଶା। 1936 ମସିହା ଏପ୍ରିଲ 1 ତାରିଖରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡିଶା।

ସେହି ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ। ତେଣୁ ଏହାକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ ।

ଓଡ଼ିଆ ବୀରପୁତ୍ରଙ୍କ ଭୂମିକା: ଏପ୍ରିଲ 1 ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରାଯାଇଥାଏ।

ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସାର୍ ବାସୁଦେବ ସୁଧଳଦେବ, ରାଧାନାଥ ରାୟ, ଭୂବନାନନ୍ଦ ଦାସ, ଏ.ପି ପାତ୍ର ଏବଂ ଆହୁରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।

ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡିଶା 6ଟି ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ଏହି ସମୟରେ ରାଜ୍ୟର ରାଜଧାନୀ ଥିଲା କଟକ ।

ଖଣ୍ଡ ବିଖଣ୍ଡିତ ହୋଇ ଥିଲା ଓଡ଼ିଶା: 1936 ପୂର୍ବରୁ ଓଡିଶା ସ୍ୱତନ୍ତ୍ର ରାଜ୍ୟ ନଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ , ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା ।

କିନ୍ତୁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ କରିବା ପାଇଁ ସଘଂର୍ଷ କରିଥିଲେ ।

ଏହି ବୀର ପୁତ୍ରଙ୍କ ସଘଂର୍ଷରେ 1903 ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ 1936 ମସିହା ଅପ୍ରେଲ 1 ରେ ଗଠନ ହେଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+