ଆଜି ସ୍ନାନ ପୂର୍ଣ୍ଣିମା, ୧୦୮ ସୁବାସିତ ଗରାଜଳରେ ସ୍ନାନ କରିବେ ଶ୍ରୀଜିଉ
ପୁରୀ: ଆଜି ସ୍ନାନ ପୂର୍ଣ୍ଣିମା । ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ ସ୍ନାନଯାତ୍ରା ବା ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି । ପବିତ୍ର ଦେବସ୍ନାନ ପୁର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ତିନି ଠାକୁର । ପରେ ହାତୀବେଶ ବା ଗଜାନନ ବେଶରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।
ସାଧାରଣତଃ ବର୍ଷରେ ଗୋଟିଏ ଥର ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି । ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇ ଥାଏ। ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

ଗତକାଲି ରାତି ସାଢେ ୩ଟାରେ ମଙ୍ଗଳାର୍ପଣ ସରି ଭୋର ୪ଟାରୁ ପହଣ୍ଡି ଆରମ୍ଭ ହୋଇଛି । ସକାଳ ୬ଟାରେ ପହଣ୍ଡି ସରି ୮ଟା ୧୦ରେ ମଙ୍ଗଳ ଆଳତି ହେବ । ପୂର୍ବାହ୍ନ ୧୧ଟା ୨୦ରୁ ମଧ୍ୟାହ୍ନ ୧୨ଟା ୪୫ ମଧ୍ୟରେ ଜଳବିଜେ, ପୂଜା ଓ ଠାକୁରଙ୍କ ସ୍ନାନ ସରିବ । ଅପରାହ୍ନ ୨ଟାରେ ଛେରାପହଁରା ପରେ ୨ଟା ୪୦ରେ ଠାକୁରଙ୍କ ହାତୀବେଶ କରାଯିବ । ସନ୍ଧ୍ୟା ୬ଟାରୁ ରାତି ସାଢେ ୯ ଅର୍ଥାତ୍ ସାଢେ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି । ସ୍ନାନଯାତ୍ରାର ବାହୁଡା ପହଣ୍ଡି ରାତି ୧୦ରୁ ଆରମ୍ଭ ହୋଇ ରାତି ୧ଟାରେ ଶେଷ ହେବ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications