ସୁନାବେଶ: ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ
ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ରାତି ୧୧ଟା ଯାଏଁ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାବାହୁ ।
ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ରାତି ୧୧ଟା ଯାଏଁ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାବାହୁ । ରଥ ଉପରେ ମଧ୍ୟାହ୍ନ ଧୂପ, ମଇଲମ ନୀତି ହେବ । ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ପରେ ସୁନାବେଶ ଆରମ୍ଭ ହେବ । ଅନ୍ୟାନ୍ୟ ନୀତିକାନ୍ତି ପରେ ସାଢ଼େ ୫ଟାରୁ ସାଢେ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ ।

ବଡ଼ଭାଇ ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା, ଝୋବାକଣ୍ଠି ଆଦି ପରିଧାନ କରିବେ। ଭଉଣୀ ସୁଭଦ୍ରା କିରିଟି, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିବେ। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀ ମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ।
ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ଦର୍ଶନ ପାଇଁ ମଧ୍ୟ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା ପରିଚାଳନା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି । 80 ପ୍ଲାଟୁନ ଫୋର୍ସ ମୁତୟନ ସହ ମାର୍କେଟ ଛକରୁ ବ୍ୟାରିକେଡ ଦେଇ ଭକ୍ତ କରିବେ ଦର୍ଶନ। ତେବେ ସୁନାବେଶକୁ ନେଇ ସେବାୟତମାନେ ବ୍ୟବସ୍ଥାବଳି ଅନୁପାଳନ କରି ମହାପ୍ରଭୁଙ୍କ ସମ୍ମୁଖରେ କେହି ଅବରୋଧ କରିବେ ନାହିଁ ବୋଲି କହିଛନ୍ତି ଦଇତାପତି ନିଯୋଗ ସମ୍ପାଦକ । ତେବେ ଅପରାହ୍ଣ ୫ଟା ଧାର୍ଯ୍ୟ ସମୟ ଥିଲେ ବି ଦିନ ୨ଟାରୁ ସୁନାବେଶ ଲାଗି ଆରମ୍ଭ ହେବାର ସମ୍ଭାବନା ରହିଛି ।
ଗତକାଲି ଶରଧାବାଲିରୁ ସିଂହଦ୍ୱାରକୁ ବାହୁଡ଼ିଛନ୍ତି ମହାବାହୁ । ଘଣ୍ଟଘଣ୍ଟା, ଶଙ୍ଖ ଧ୍ୱନୀରେ ଫାଟିପଡୁଥିଲା ବଡଦାଣ୍ଡ । ଅନ୍ୟପକ୍ଷରେ ଶରଧାବାଲିକୁ ବର୍ଷା ଛୁଇଁଯିବା ପରେ ନିର୍ଧାରିତ ସମୟର ଢେର ଆଗରୁ ଆରମ୍ଭ ହୋଇଥିଲା ପହଣ୍ଡି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ଟାହିଆ ହଲାଇ, ହଲି ଝୁଲି ନନ୍ଦିଘୋଷ ରଥକୁ ଆସିଥିଲେ ଜଗତ ଠାକୁର ଜଗନ୍ନାଥ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications