ଆଜି ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ସୁସଜ୍ଜିତ ହେବେ ଶ୍ରୀଜିଉ

ଆଜି ପବିତ୍ର ମାଘ ପୁର୍ଣିମା । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଠାକୁର ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀ ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ ।

Puri temple

ଅନ୍ୟପକ୍ଷରେ ଦେବ ଦେବ ମହାଦେବ ଶ୍ରୀ ଲୋକନାଥଙ୍କର ମଧ୍ୟ ଆଜି ପଦ୍ମବେଶ କରାଯିବ। ସୋଲରେ ନିର୍ମିତ ପଦ୍ମବେଶରେ ବିଭୂଷିତ ହେବେ ଶ୍ରୀଲୋକନାଥ। କାହିଁ କେଉଁ ଅନାଦି କାଳରୁ ରଥସାହି ବାହ୍ମଣ ସମାଜ ପକ୍ଷରୁ ପଦ୍ମବେଶ କରାଯାଉଛି। ଶ୍ରୀଲୋକନାଥଙ୍କୁ ମଧ୍ୟ ଖିରୀ ଅମ୍ବାଲୁ ଭୋଗ ଲାଗିଥାଏ।

। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବୀକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+