ଆଜି ସୁନା ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ଵତନ୍ତ୍ର ନୀତିକାନ୍ତି
ଆଜି ପବିତ୍ର ଦଶହରା ବା ବିଜୟା ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶରେ ସଜ୍ଜିତ ହେବେ।ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ।
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି। ସେପଟେ ଦଶହରା ଅବସରରେ ମା ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ହେବା ପରେ ବିସର୍ଜନ ଅନୁଷ୍ଠିତ ହୋଇଥାଏ।












Click it and Unblock the Notifications