ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ଶ୍ରୀମନ୍ଦିରରେ କାର୍ତ୍ତିକ ମାସ କୃଷ୍ଣ ତ୍ରୟୋଦଶୀ ତିଥିରେ ଅର୍ଥାତ୍ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ।

ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ସାଢେ଼ ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।












Click it and Unblock the Notifications