ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପ୍ରାକୃତିକ ରଙ୍ଗ ଯଥା କସ୍ତୁରୀ, ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କଳା, ଧଳା, ନାଲି ଆଦି ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

Mahaprabhu s

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ 5ଟାରୁ ରାତି 10ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ ଏବଂ ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+