ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ।

banak lagi niti

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି 'ଦତ୍ତ ମହାପାତ୍ର' ଗୋଷ୍ଠୀର ସେବକମାନେ କରିଥାନ୍ତି। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ । ଦି'ପ୍ରହର ଧୂପ ଦାନ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ ହୋଇଥାଏ । ଏହାପରେ ଏହି ଗୁପ୍ତ ନୀତି କରାଯାଇଥାଏ ।

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜୀଉଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ଫଳରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ କରିବାରୁ ବଞ୍ଚିତ ରହିଥାନ୍ତି। ଏହି କ୍ରମରେ ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସରିବା ପରେ ସାଧାରଣ ଦର୍ଶନ ଚାଲୁ ରହିବ। ୨୦୧୮ ମସିହା ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତି ପରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଆସୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+