ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ଜଗା ଦର୍ଶନ ବନ୍ଦ
ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।












Click it and Unblock the Notifications