For Quick Alerts
Turn On Notification  
For Daily Alerts
Oneindia App Download

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ରବିବାର ପୂର୍ବାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ।

|

ଭୁବନେଶ୍ବର: ରବିବାର ପୂର୍ବାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍‌କୁ ମୋହର ମରାଯିବ। ଏହା ପରେ କ୍ୟାବିନେଟ୍‌ ବୈଠକ ବସି ବଜେଟ୍‌କୁ ମଞ୍ଜୁରୀ ମିଳିବ।

Odisha Cabinet meeting

ଏହି କ୍ୟାବିନେଟ ବୈଠକରେ ୨୭ଟି ଏଜେଣ୍ଡା ରହିଛି । ଶକ୍ତି, ଉଚ୍ଚଶିକ୍ଷା, ସଂସଦୀୟ ବ୍ୟାପାର, ଷ୍ଟିଲ ଆଣ୍ଡ ମାଇନ୍ସ, ଜିଏ, କୃଷି ବିଭାଗର ଗୁରୁତ୍ବପୂର୍ଣ୍ଣ ଏଜେଣ୍ଡା ଉପରେ କ୍ୟାବିନେଟରେ ମୋହର ବାଜିବ । ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ବିଜୁ ଜନତା ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ ହେଉଛି । ତେଣୁ ଏହି ବୈଠକରେ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ କରିପାରେ ବୋଲି ସମ୍ଭାବନା ରହିଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Today Odisha Cabinet important meeting
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X