ମାର୍ଗଶୀର ପ୍ରଥମ ଗୁରୁବାରରେ ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ
ମାର୍ଗଶୀର ପ୍ରଥମ ଗୁରୁବାରରେ ଆଜି ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ । ସାରା ରାଜ୍ୟରେ ପାଳନ ହେଉଛି ମାଣ୍ଡିଆ ଦିବସ । ଚାଷ ଉପରେ ଗୁରୁତ୍ୱ ଦିଅଯାଇ ବାହାରିଛି ମାସ୍କଟ ‘ମିଲି’ ।
ଭୁବନେଶ୍ବର: ମାର୍ଗଶୀର ପ୍ରଥମ ଗୁରୁବାରରେ ଆଜି ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ । ସାରା ରାଜ୍ୟରେ ପାଳନ ହେଉଛି ମାଣ୍ଡିଆ ଦିବସ । ଚାଷ ଉପରେ ଗୁରୁତ୍ୱ ଦିଅଯାଇ ବାହାରିଛି ମାସ୍କଟ 'ମିଲି' । ଚାଷୀଙ୍କ ଆୟ ବୃଦ୍ଧିରେ ସହାୟକ ହେଉଛି ମାଣ୍ଡିଆ ଚାଷ । ୧୯ଟି ଜିଲ୍ଲା ୧୪୨ ବ୍ଲକରେ ଚାଷୀଙ୍କୁ ନେଇ କାର୍ଯ୍ୟ କରିବ ମିଲେଟ୍ ମିଶନ ।

ଆଜି ମାଣ୍ଡିଆ ଦିବସ ଅବସରେ କୃଷି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ସହିତ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ଲକ୍ଷ୍ୟରେ ମାଣ୍ଡିଆ ଦିବସ ପାଳନ କରାଯାଉଛି । ୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ । ରାଜ୍ୟ ସରକାର ମାଣ୍ଡିଆ ଚାଷ ନିମନ୍ତେ ୩ବର୍ଷ ପାଇଁ ହେକ୍ଟର ପିଛା ୧୦ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ରାଶି ଘୋଷଣା କରିଥିଲେ । ବର୍ତ୍ତମାନ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରି ୫ବର୍ଷ ପାଇଁ ହେକ୍ଟର ପିଛା ୨୬ହଜାର ୫୦୦ ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି
ଓଡ଼ିଶାରେ ଦିନକୁ ଦିନ ବଢୁଛି ମାଣ୍ଡିଆ ଚାହିଦା। ମିଲେଟ୍ ମିଶନ୍ ମାଧ୍ୟମରେ ଗାଁ ଓ ସହରରେ ମହିଳା ରୋଜଗାରକ୍ଷମ ହୋଇପାରିଛନ୍ତି । ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ଉନ୍ନତମାନର ବିହନ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ଏହା ସହିତ ବର୍ଷାପୁଷ୍ଟ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ଓ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି ।
ମିଲେଟ୍ ଜାତୀୟ ଖାଦ୍ୟ ସାମଗ୍ରୀର ପ୍ରଚାର ପ୍ରସାର ପାଇଁ ମିଶନ୍ ଶକ୍ତିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକି ଦେଶରେ ପ୍ରଥମ। ମିଲେଟ୍ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ଓଡ଼ିଶା ମିଲେଟ୍ ମିଶନ୍ ଦ୍ୱାରା ନିଆ ଯାଇଥିବ ପଦକ୍ଷେପକୁ ସର୍ବୋତ୍ତମ ମଡେଲ ମଧ୍ୟରୁ ଗୋଟିଏ ଭାବେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ମିଳିଛି ।












Click it and Unblock the Notifications