ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ମାର୍ଗଶୀର ଶୁକ୍ଳ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

banak lagi niti

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+