Get Updates
Get notified of breaking news, exclusive insights, and must-see stories!

Odisha Weather: ରାଜ୍ୟରେ ୧୮ ତାରିଖଠୁ ବଦଳିବ ପାଗ, ୧୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା

Odisha Weather: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ କାଲିଠୁ ବର୍ଷାର ପରିମାଣ ବଢିବ । ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ଆଶଙ୍କା ରହିଛି ।

ତେବେ ଗତ ୨୪ ଘଣ୍ଟାରେ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ୭ ରୁ ୧୧ ସେମି ବର୍ ହେବାର ଷା ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ୧୮ ତାରିଖରୁ ରାଜ୍ୟରେ ପାଗ ପଦଳିବ ଏବଂ ବର୍ଷାର ପରିମାଣ ସାମାନ୍ୟ କମିବ । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୪ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ ହୋଇଛି ହେଲେ ୯ ପ୍ରତିଶତ ନିଅଁଟିଆ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୪ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ୧୦ ଜିଲ୍ଲାକୁ ନିଅଣ୍ଟିଆ ବର୍ଷା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+