ପୁଣି କାଲି ଲଘୁଚାପ !
ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଅନୁରୋଧ କରିଛନ୍ତି।












Click it and Unblock the Notifications