ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ହେବ। ତେଣୁ ୫ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

ବୁଧବାର ଫେବୃଆରୀ ତା୦୫.୦୨.୨୦୨୫ ରିଖ ମାଘ:ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସଜେଟିଏ) ପକ୍ଷରୁ ସୂଚନା ଦିଆଯାଇଛି।












Click it and Unblock the Notifications