ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍ ମାର୍ଚ୍ଚ ୧୯ ତାରିଖରେ ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସର୍ବ ସାଧାରଣ ଦର୍ଶନ ପ୍ରାୟ ୫ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।













Click it and Unblock the Notifications