Get Updates
Get notified of breaking news, exclusive insights, and must-see stories!

କାଲି ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ, ମଧ୍ୟାହ୍ନ ୧୨ଟାରୁ ପହଣ୍ଡି ବିଜେ

ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ ।

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ । ଆଜି ଅପରାହ୍ନ ୪ଟା ଯାଏ ସନ୍ଧ୍ୟା ଦର୍ଶନ ଶେଷ ହୋଇସାରିଛି । ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନବମୀ ଦର୍ଶନ ବ ସନ୍ଧ୍ୟା ଦର୍ଶନ ହୋଇଛି । ଦୁଇ ବର୍ଷ ପରେ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ କରିଛନ୍ତି । ଜଗମୋହନ ନିକଟରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟବସ୍ଥା ହୋଇଥିଲା । ଅପରାହ୍ନ ୬ଟା ଯାଏଁ ଭକ୍ତ ସନ୍ଧ୍ୟା ଦର୍ଶନ କରିଛନ୍ତି । ଏହାପରେ ଗୁଣ୍ଡିଚା ମନ୍ଦିରକୁ ଶୋଧ କରାଯାଇଛି ।

Bahuda Yatra

ନୀତିକାନ୍ତି:

ସେପଟେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଭୋର ୪ ଟାରେ ମଙ୍ଗଳ ଆଳତି, ଭୋର ୪.୧୫ରେ ମଇଲମ, ୪.୩୦ରେ ତଡ଼ପଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫.୪୫ରୁ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨.୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ନ ୩ ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ୪ ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି।

ସୁରକ୍ଷା ବ୍ୟବସ୍ଥା:

ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।‌ ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିବେ । ନାକଚଣା ଦ୍ୱାର ଆଗରେ ପ୍ରସ୍ତୁତ ହୋଇ ଠିଆ ହୋଇଛି ତିନି ରଥ । କାଲି ବଡଭାଇ ବଳଭଦ୍ର , ଉଭଣୀ ସୁଭଦ୍ରାଙ୍କୁ ଧରି ଶ୍ରୀମନ୍ଦିର ଫେରିବେ ଶ୍ରୀଜଗନ୍ନାଥ ।

Ratha Yatra

ବାହୁଡ଼ା ଯାତ୍ରାର ଇତିହାସ:

ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତି, ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ । ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି - "ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍ । ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା '। ଅର୍ଥାତ ନବମ ଦିବସରେ ଦେବତାମାନଙ୍କୁ ରଥରେ ଅଧିଷ୍ଠିତ କରାଇବେ । ଉକ୍ତ ଦିନ ପ୍ରାତଃ କାଳ ଅତ୍ୟନ୍ତ ସମୃଦ୍ଧିବାନ୍ । ସେଦିନ ବିଷ୍ଣୁଙ୍କର ପାଲିତ ଦକ୍ଷିଣାମୁଖୀ ଯାତ୍ରା ଅତ୍ୟନ୍ତ ଦୁର୍ଲଭ । ବାହୁଡ଼ା ଯାତ୍ରା ପୂର୍ବରୁ ଅଷ୍ଟମୀ ଦିନ ଶରଧାବାଲିଠାରେ ରଖାଯାଇଥିବା ତିନୋଟି ଯାକ ରଥକୁ ଦକ୍ଷିଣମୋଡ଼ କରାଯାଇ ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ ।

Ratha Yatra

ପୋଡ଼ ପିଠା ଭୋଗ:

ବାହୁଡ଼ା ଦିନ ରଥାରୁଢ଼ ହୋଇ ଠାକୁରମାନେ ଶ୍ରୀମନ୍ଦିରକୁ ବାହୁଡ଼ିବେ । ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ରଥରେ ପୋଡ଼ପିଠା ଭୋଗଲାଗିବା ପରେ ପରେ ରଥ ଗଡ଼େ । ଏହି ବିଧି ପାଇଁ ମାଉସୀ ମା'ଙ୍କ ସେବକଙ୍କ ଘରେ ପୋଡ଼ପିଠା ପ୍ରସ୍ତୁତି ହୁଏ । ଅଟା, ଘିଅ, ଚିନି, ଛେନା, ଲବଙ୍ଗ, ଗୁଜୁରାତି ପକାଯାଇ ତିନି ଠାକୁରଙ୍କ ପାଇଁ ଚାରିଟି ପୋଡ଼ପିଠା ପ୍ରସ୍ତୁତ ହୁଏ । ପ୍ରଥମେ ଏସବୁ ଦ୍ରବ୍ୟ ମିଶାଯାଇ ଖଳି ପ୍ରସ୍ତୁତ ହୁଏ । ଏହାପରେ ଏକ ବଡ଼ ପାତ୍ରରେ ପାଣି ନିଆଯାଇ ଚୁଲିରେ ବସାଯାଏ । ପାଣି ଫୁଟିବା ପରେ ଏହି ପାତ୍ର ଭପରେ ଜାଲି ଦିଆଯାଇ ତା' ଉପରେ ଖଲିପତ୍ର ରଖାଯାଏ । ଖଲିପତ୍ର ଉପରେ ତାଟି ଦିଆଯାଇ ଆଉ ଏକ ଖଲିପତ୍ର ରଖାଯାଏ । ବାମ୍ପରେ ପ୍ରସ୍ତୁତ ହୁଏ ପିଠା । ପରେ ବାହାରକୁ କାଢ଼ି ଦିଆଯାଏ । ଥଣ୍ଡା ହେବାପରେ ଏହାକୁ ଖଣ୍ଡ ଖଣ୍ଡ କରି କାଟି ଗୁଆଘିଅରେ ଛଣାଯାଏ । ପରେ ଏହାକୁ ମାଟିହାଣ୍ଡିରେ ରଖି ଶ୍ରୀଜିଉଙ୍କ ନିକଟରେ ଭୋଗ ଲାଗିହୁଏ ।

ଅନ୍ୟପଟେ ସୁନାବେଶରେ ଏଥର ପ୍ରବଳ ଜନସମାଗମ ହେବା ଦୃଷ୍ଟିରୁ ରାତି ଗୋଟାଏ ଯାଏଁ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଛି। ସୁନାବେଶ ସମୟରେ ବିଗ୍ରହଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ ଓ ତିନି ରଥର ଉଭୟ ପାର୍ଶ୍ୱରେ ପାଇପ୍ ଲଗାଯିବ ବୋଲି ନିଷ୍ପତ୍ତି ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+