କାଲି ଖୋଲିବ ରତ୍ନ ଭଣ୍ଡାର; ଜାରି ହେଲା କଟକଣା, ସକାଳ ୮ଟାରୁ ସିଂହଦ୍ୱାର ଛାଡି ବନ୍ଦ ରହିବ ଆଉ ତିନି ଦ୍ଵାର
କାଲି ଜାରି ହେଲା କଟକଣା। ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ।

ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବଡ଼ ବୟାନ ଦେଇଛନ୍ତି। ଭଣ୍ଡାର ଖୋଲାହେବା ପୂର୍ବରୁ ମନ୍ଦିରରେ ପ୍ରବେଶ ନେଇ ବିଭିନ୍ନ କଟକଣା ଜାରି କରିଛନ୍ତି ଣ୍ରୀମନ୍ଦିର ପ୍ରଶାସକ।
ସୂଚନା ଅନୁଯାୟୀ, ସକାଳ ୮ଟାରୁ ସିଂହଦ୍ୱାରକୁ ଛାଡ଼ି ଅନ୍ୟ ୩ ଦ୍ୱାର ବନ୍ଦ କରାଯିବ। ଶ୍ରୀମନ୍ଦିର ଭିତରକୁ ପ୍ରବେଶ ସହ ଦର୍ଶନ ଉପରେ କଟକଣା ରହିବ। ସିଂହଦ୍ୱାର ଦେଇ ଅଧିକୃତ ବ୍ୟକ୍ତି ଓ ମନ୍ଦିରରେ ସେବା ଥିବା ସେବାୟତ ଯିବେ। ପ୍ରଥମେ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ। ସ୍ଥାନାନ୍ତର ପରେ ଆନୁଷଙ୍ଗିକ ପ୍ରକ୍ରିୟା ସାରି ASIକୁ ରତ୍ନଭଣ୍ଡାର ହସ୍ତାନ୍ତର କରାଯିବ। ASI କେତେଦିନ ଭିତରେ ମରାମତି ସାରିବ, ଏନେଇ ଆଲୋଚନା ହୋଇ ନିର୍ଦ୍ଧାରଣ କରାଯିବ।












Click it and Unblock the Notifications