କାଲି ଆହୁରି ଭୟଙ୍କର ହେବ ତାତି ;୪୫ ଛୁଇଁ ପରେ ପାରଦ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି କଟକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଥିଲା। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଏହି ମହାନଗରୀର ତାତି ଆହୁରି ଭୟଙ୍କର ହେବ। ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି।

weather

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମଙ୍ଗଳବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,ଭଦ୍ରକ,ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ ଜିଲ୍ଲାର ତାତି ୪୫ ଡିଗ୍ରୀ ଅତିକ୍ରମ କରିପାରେ।

ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ପୁରୀ, ଗଞ୍ଜାମ, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର ଓ ବରଗଡ଼ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+